Skip to main content

Loading

ସୋରୋ ବସ୍ ଦୁର୍ଘଟଣା

ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

 

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Leave a Reply

six + 14 =